ହେ ଧାର୍ମିକଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କଠାରେ ଉଲ୍ଲାସ କର;ପ୍ରଶଂସା କରିବା ସରଳ ଲୋକଙ୍କର ଶୋଭନୀୟ। ବୀଣାରେ ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ;ଦଶ-ତାର ନେବଲରେ ତାହାଙ୍କର ପ୍ରଶଂସା ଗାନ କର। ତାହାଙ୍କ ଉଦ୍ଦେଶ୍ୟରେ ନୂତନ ଗୀତ ଗାନ କର;ଉଚ୍ଚଧ୍ୱନିରେ ମନୋହର ବାଦ୍ୟ କର।କାରଣ ସଦାପ୍ରଭୁଙ୍କ ବାକ୍ୟ ଯଥାର୍ଥ;ଆଉ ତାହାଙ୍କର ସମସ୍ତ କାର୍ଯ୍ୟ ବିଶ୍ୱସ୍ତତାରେ ସାଧିତ।